ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ହେବ ଆଲୋଚନା । ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା ।ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଶ୍ରୀମନ୍ଦିର ସେବକ ବାସଗୃହ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ହୋମଯଜ୍ଞ ପ୍ରକଳ୍ପ, ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ । ଦିନ ୧୧ଟା ସମୟରେ ଏହି ବୈଠକ ଆରମ୍ଭ ହେବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ