ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ହେବ ଆଲୋଚନା । ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା ।ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଶ୍ରୀମନ୍ଦିର ସେବକ ବାସଗୃହ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ହୋମଯଜ୍ଞ ପ୍ରକଳ୍ପ, ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ । ଦିନ ୧୧ଟା ସମୟରେ ଏହି ବୈଠକ ଆରମ୍ଭ ହେବ ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ