ଫୁଲୁରୀ ତେଲ ଲାଗି ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଅଣସର ଘରେ ଜ୍ବରରେ ପୀଡ଼ିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚିକିତ୍ସା ଚାଲିଛି । ଗତକାଲି ଫୁଲୁରୀ ତେଲ ଲାଗିପରେ ଆଜିଠୁ ନବମୀ ତିଥି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷ ଲାଗି ହେବାର ବିଧି ରହିଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ ଅଛନ୍ତି ଶ୍ରୀଜିଉ । ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି । ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ । ଆଜି ମଧ୍ୟାହ୍ନ ଧୂପ ପରେ ସୁଦ୍ଧଶୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଇବେ । ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷ ଲାଗି କରାଯିବ । ଷଷ୍ଠୀ ଠାରୁ ନବମୀ ତିଥି ପର୍ଯ୍ୟନ୍ତ ଔଷଧ ଲାଗି କରାଯିବ । ଫଳରେ କିଛି ମାତ୍ରାରେ ଶ୍ରୀଜୀଉ ଜ୍ୱରରୁ ଉପଶମ ପାଇବେ । ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post