ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମାଆ ସରସ୍ବତୀ। ବସନ୍ତ ପଞ୍ଚମୀ ଦିନ ଦେବୀ ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ଦେବୀ ଲକ୍ଷ୍ମୀ ଏବଂ ଦେବୀ କାଳୀଙ୍କର ମଧ୍ୟ ଆଶୀର୍ବାଦ ପ୍ରାପ୍ତ ହୁଏ ଏବଂ ବାଗବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା କରିବା ସମୟରେ ମା’ଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି କରିବା ଅତ୍ୟନ୍ତ ଶୁଭ ବିବେଚନା କରାଯାଏ । କାରଣ ମାଆ ବିଦ୍ୟାଦାତ୍ରୀଙ୍କ ପ୍ରିୟ ରଙ୍ଗ ହଳଦୀଆ ।ସରସ୍ବତୀ ହେଉଛନ୍ତି ଜ୍ଞାନର ଦେବୀ। ତେଣୁ ଆଜି ସମସ୍ତ ଶିକ୍ଷାନୁଷ୍ଠାନରେ ମାଆଙ୍କୁ ସ୍ବତନ୍ତ୍ର ଭାବରେ ଆରାଧନା କରାଯାଉଛି। ସକାଳୁ ସକାଳୁ ଛୋଟ ଛୋଟ ପିଲାମାନେ ସ୍କୁଲ ଯାଇଛନ୍ତି। ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଇଥାଏ । ଏହି ଦିନ ଅନେକ ନୂତନ କାର୍ଯ୍ୟର ଆରମ୍ଭ ମଧ୍ୟ କରାଯାଇଥାଏ । ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ପୂଜା କରାଯାଉଛି। ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post