ପୁରୀ: ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୧୭ ତାରିଖରେ ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ଦୃଷ୍ଟିରେ ରଖି ପୁରୀ ସହରକୁ ସୌନ୍ଦର୍ୟ୍ୟମୟ କରିବା ପାଇଁ ଯୁଦ୍ଧକାଳୀନ ଭିତିରେ ଆଗେଇ ଚାଲିଛି କାର୍ଯ୍ୟ । ଏପଟେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ରଖାଯାଇଛି । ପୁରୀରେ ୫ଶହରୁ ଅଧିକ ସିସିଟିଭି କ୍ୟାମେରା ଲଗାଯାଉଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ବହୁ ଲୋକଙ୍କ ସମାଗମ ହେବ ପୁରୀରେ । ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁରୀକୁ ଡ୍ରୋନ ସିକ୍ୟୁରିଟିରେ ରଖାଯିବ । ଭିଭିଆଇପି ଓ ସାଧାରଣ ଭକ୍ତଙ୍କ ପାଇଁ କରାଯିବ ସ୍ୱତନ୍ତ୍ର ବ୍ୟବସ୍ଥା । ଶ୍ରୀମନ୍ଦିର ଚାରିପାଶ୍ୱର୍ରେ ସିସିଟିଭି କ୍ୟାମେରା ଲାଗିବ । ବସଷ୍ଟାଣ୍ଡ, ମାଳତୀପାଟପୁର ବସଷ୍ଟାଣ୍ଡ, ଶ୍ରୀଦାଣ୍ଡ, ବଡ଼ଦାଣ୍ଡ ସମେତ ବାଟମଙ୍ଗଳା, ହେଲିପ୍ୟାଡ୍ ସହ ବିଭିନ୍ନ ଛକ ସ୍ଥାନରେ କ୍ୟାମେରା ଲଗାଯାଉଥିବା କହିଛନ୍ତି ସଂପୃକ୍ତ ଠିକାସଂସ୍ଥାର ଅଧିକାରୀ ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Prev Post
Next Post