ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ । ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶୂନ୍ୟ ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମା’ ସୁଭଦ୍ରା । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ହୁଳହୁଳି, ହରିବୋଲରେ କମ୍ପୁଛି ଶ୍ରୀକ୍ଷେତ୍ର । ଦେବଦଳନ ରଥରେ ବିଜେ କରିଛନ୍ତି ମାଆ ସୁଭଦ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଏହି ଦିବ୍ୟ ମୁହୂର୍ତ୍ତର ସାକ୍ଷୀ ହେବା ପାଇଁ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତି, ଆନନ୍ଦ ଓ ଆଧ୍ୟାତ୍ମିକତାର ଅପୂର୍ବ ସମନ୍ୱୟ ମଧ୍ୟରେ ଏବେ ସମସ୍ତଙ୍କ ନଜର ରହିଛି ପରବର୍ତ୍ତୀ ପହଣ୍ଡି ନୀତି ଏବଂ ମହାପ୍ରଭୁଙ୍କ ରଥାରୋହଣ ଉପରେ ।
Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ