ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦ୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜ୍ଜିତ କରାଯିବ । ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ । ସେପଟେ ଆସନ୍ତା ୨ ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବ । ଏହାସହ ୩ ତାରିଖ ମଙ୍ଗଳବାରରେ ଦୋଳପୂର୍ଣ୍ଣିମା ଅବସରରେ ଚତୁର୍ଦ୍ଧାବିଗ୍ରହ ସୁନାବେଶରେ ଦର୍ଶନ ଦେଵେ ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ