ଆଜି ଠୁ ପିତୃପକ୍ଷ ଆରମ୍ଭ
ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ। ପିତୃପକ୍ଷ ଅବସରରେ ତୀର୍ଥରାଜ ମହୋଦଧି, ଶ୍ୱେତଗଙ୍ଗା, ମାର୍କଣ୍ଡେୟ, ଇନ୍ଦ୍ରଦ୍ୟୁମ୍ନ ଓ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ସ୍ନାନକରି ତିଳତର୍ପଣ କରିବେ। ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ୧୫ ଦିନକୁ ପିତୃପକ୍ଷ କୁହାଯାଏ। ଏହି ପିତୃପକ୍ଷ ତିଥିରେ ତାଙ୍କ ଉତ୍ତରପୁରୁଷମାନେ ତୀର୍ଥ ପୁଷ୍କରିଣୀରେ ତିଳତର୍ପଣ ସହ ମହାଳୟା ବିଧିରେ ଶ୍ରାଦ୍ଧ ପ୍ରଦାନ କରିଥାନ୍ତି।