ବନସ୍ତେ ଡ଼ାକିଲା ଗଜ ……..ଆସିଛି ରଜ

ଓଡ଼ିଶାର ପାରମ୍ପାରିକ ଗଣ ପର୍ବ ରଜ । ପୁରୁଣା ପରମ୍ପରା ଅନୁସାରେ ପହିଲି ରଜ ପାଳନ ପାଳୁଛନ୍ତି ଯୁବତୀ ।ଆଜି ପହିଲି ରଜ । ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସୀରେ ରଜ ଉତ୍ସବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡିଥାଏ ।