ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ

ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, କଟକର ଅବିରାମ ଦାସ (୫୭) ସୁଭଦ୍ରାଙ୍କ ରଥ ନିକଟରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ନିକଟସ୍ଥ ବଗଲା ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି।

ସୂଚନାଥାଉକି, ଏହା ପୂର୍ବରୁ ରଥଯାତ୍ରା ଦିନ ମଧ୍ୟ ଦୁଇ ଜଣକ ଜୀବନ ଯାଇଥିଲା। ଠେଲା ପେଲା କାରଣରୁ ଦୁଇ ଶ୍ରଦ୍ଧାଳୁ ଅଣନିଶ୍ବାସୀ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ।

Leave a comment