ଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ

ଏପ୍ରିଲ ୧୪ ତାରିଖରେ ସାରା ରାଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଳିତ ହେବ। ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା  ସୋମବାର ପାଳନ ହେବାକୁ ଯାଉଥିବା ହନୁମାନ ଜୟନ୍ତୀକୁ ଶୃଙ୍ଖଳିତ ଭାବେ ପାଳନ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସମ୍ବେଦନଶୀଳ ଜିଲା ଗୁଡିକରେ ପୁଲିସ ପକ୍ଷରୁ ବ୍ୟାପକ ପୁଲିସ ଫୋର୍ସ ମୃତୟନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସଦାସର୍ବଦା ସତର୍କତା ଏବଂ ଯେକୌଣସି ପ୍ରକାର ଅଘଟଣ ସମ୍ପର୍କରେ ଆଗୁଆ ସୂଚନା ପାଇବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାସହ ଏଥିନିମନ୍ତେ ତୁରନ୍ତ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପରାମର୍ଶ ଦେଇଥିଲେ।

ବିଶେଷକରି ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ପ୍ରଘଟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ନଜର ରଖିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।

ଏହି ବୈଠକରେ  ଅତିରିକ୍ତ ମୁଖ୍ୟ ଶାସନ ସଚିବ  ସତ୍ୟବ୍ରତ ସାହୁ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା)  ସଞ୍ଜୟ କୁମାର, ଆଇଜି( ଗୁଇନ୍ଦା)  ଜୟ ନାରାୟଣ ପଙ୍କଜ, ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ  ଆର୍ ପି କୋଚେ,  ସମସ୍ତ ରେଞ୍ଜର ଆଇଜି, ଡିଆଇଜି, ସମସ୍ତ ଜିଲାର ଜିଲାପାଳ ଓ ଏସପି ପ୍ରମୁଖ ଆଭାସୀ ମାଧ୍ୟମରେ ଅଂଶଗ୍ରହଣ କରିଥିଲେ।

Leave a comment