ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପଇତାଲାଗି ନୀତି ସମ୍ପାଦନ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ପରମ୍ପରା ଅନୁଯାୟୀ, ପାଟରା ବିଶୋଇମାନେ ପ୍ରସ୍ତୁତ କରିଥିବା ପଇତାକୁ ରବିବାର ଦେଉଳକରଣଙ୍କୁ ହସ୍ତାନ୍ତର କରିଛନ୍ତି। ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ପରେ ପଇତାଲାଗି ନୀତି ହେବ।
Trending
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
Prev Post