ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ‘ସମଲେଇ ପ୍ରକଳ୍ପ’ର ଲୋକାର୍ପଣ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ । ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି । ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ । ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିପରି ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏହି ପ୍ରକଳ୍ପ ଓଡ଼ିଶାର ପର୍ୟ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ । ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ଝଲସୁଛି ମା’ ସମଲେଶ୍ୱରୀଙ୍କ ମନ୍ଦିର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମା’ଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏଣୁ ଏହାକୁ ଦୃ୍ଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post