ଲିଙ୍ଗରାଜ ମନ୍ଦିରରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ

ଲିଙ୍ଗରାଜ ମନ୍ଦିରରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ ଘଟଣା । ବିବାଦ ପରେ ଆକ୍ସନ ମୋଡକୁ ଆସିଛି ଲିଙ୍ଗରାଜ ମନ୍ଦିର ପ୍ରଶାସନ । ସଂପୃକ୍ତ ସେବାୟତ ତଥା ସୁପରଭାଇଜର ରାଜକିଶୋର ମହାପାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହେବ ବୋଲି କହିଛନ୍ତି ମନ୍ଦିର ପରିଚାଳନା ନିର୍ବାହୀ ଅଧିକାରୀ ରୁଦ୍ରନାରାୟଣ ମହାନ୍ତି । ୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ନୋଟିସ ଜାରି ହେବ । ଉତ୍ତର ମିଳିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ।

ସେବାୟତ ସୁପରଭାଇଜର ରାଜକିଶୋର ମହାପାତ୍ର ଶିଳ୍ପାଙ୍କ ସହ ଭିଡିଓରେ ରହିଛନ୍ତି । ଟ୍ରଷ୍ଟବୋର୍ଡ ବୈଠକରେ ଏନେଇ ଆଲୋଚନା ହେବ ବୋଲି କହିଛନ୍ତି ମନ୍ଦିର ପରିଚାଳନା ଅଧିକାରୀ ରୂଦ୍ରନାରାୟଣ ମହାନ୍ତି । ଅନ୍ଯପଟେ ଏଣିକି ସିଂହଦ୍ବାର ନିକଟରେ କଡା ଚେକିଂ କରାଯିବ । ଭିତରକୁ ଆଣ୍ଡ୍ରଏଡ୍ ଫୋନ ନ ନେବା ପାଇଁ ଚେକିଂ କଡ଼ାକଡି ହେବ । ସେବାୟତମାନେ ଭିତରକୁ ଆଣ୍ଡ୍ରଏଡ୍ ଫୋନ ନ ନେବା ପାଇଁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି ନିର୍ବାହୀ ଅଧିକାରୀ ରୁଦ୍ରନାରାୟଣ ମହାନ୍ତି । ଗତକାଲି ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦକୁ ଆସିଥିଲେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ।