ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ ଦତ୍ତମହାପାତ୍ର ନିଯୋଗ ମଧ୍ୟ ଉପସ୍ଥିତ ଥିଲେ । ମହାପ୍ରଭୁଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ପୁଣିଥରେ ନିର୍ଦ୍ଦେଶ ଜାରି କରାଯାଇଛି ଶ୍ରୀମନ୍ଦିର ପ୍ରଶାସନ । ନିର୍ଦ୍ଦେଶକୁ ଅବମାନନା କଲେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ବାଧ୍ୟ ହେବ ବୋଲି କହିଛି । ବୁଧବାର ବନକଲାଗି ପାଇଁ ଉପଯୁକ୍ତ ଦିନ ବୋଲି ବୈଠକରେ ନିର୍ଦ୍ଧାରଣ ହୋଇଥିଲା । ସେହି ଅନୁସାରେ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ଆଗୁଆ ଅବଗତ କରାଯାଇଥିଲା । ମାତ୍ର ଦତ୍ତମହାପାତ୍ର ନିଯୋଗ ଏହା ସମ୍ପାଦନ କରି ନଥିଲେ । ତେଣୁ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଅନୁସାରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । ଯାହାର ଜବାବରେ ନିଯୋଗ ପକ୍ଷରୁ ଦାଖଲ କରାଯାଇଥିବା ଉତ୍ତର ସନ୍ତୋଷଜନକ ତଥା ଗ୍ରହଣୀୟ ନୁହେଁ । ଆସନ୍ତା ବୁଧବାର ବନକଲାଗି କରିବା ପାଇଁ କୁହାଯାଇଛି ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ