ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ ଦତ୍ତମହାପାତ୍ର ନିଯୋଗ ମଧ୍ୟ ଉପସ୍ଥିତ ଥିଲେ । ମହାପ୍ରଭୁଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ପୁଣିଥରେ ନିର୍ଦ୍ଦେଶ ଜାରି କରାଯାଇଛି ଶ୍ରୀମନ୍ଦିର ପ୍ରଶାସନ । ନିର୍ଦ୍ଦେଶକୁ ଅବମାନନା କଲେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ବାଧ୍ୟ ହେବ ବୋଲି କହିଛି । ବୁଧବାର ବନକଲାଗି ପାଇଁ ଉପଯୁକ୍ତ ଦିନ ବୋଲି ବୈଠକରେ ନିର୍ଦ୍ଧାରଣ ହୋଇଥିଲା । ସେହି ଅନୁସାରେ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ଆଗୁଆ ଅବଗତ କରାଯାଇଥିଲା । ମାତ୍ର ଦତ୍ତମହାପାତ୍ର ନିଯୋଗ ଏହା ସମ୍ପାଦନ କରି ନଥିଲେ । ତେଣୁ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଅନୁସାରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । ଯାହାର ଜବାବରେ ନିଯୋଗ ପକ୍ଷରୁ ଦାଖଲ କରାଯାଇଥିବା ଉତ୍ତର ସନ୍ତୋଷଜନକ ତଥା ଗ୍ରହଣୀୟ ନୁହେଁ । ଆସନ୍ତା ବୁଧବାର ବନକଲାଗି କରିବା ପାଇଁ କୁହାଯାଇଛି ।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ