ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ,ପଟିଆ ଭୁବନେଶ୍ବର ପକ୍ଷରୁ ବିଶ୍ବ ନବନିର୍ମାଣ ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଚିତ୍ର ପ୍ରଦର୍ଶନୀରେ ଆତ୍ମଦର୍ଶନ, ପରାମାତ୍ମା ଦର୍ଶନ, ସୃଷ୍ଟି ଚକ୍ର, ରାଜଯୋଗ ଦର୍ଶନ ଓ ସୁଖୀ ପରିବାର, ଶାନ୍ତି ପରିବାର ସମ୍ପର୍କରେ ଶ୍ରଦ୍ଧାଳୁଙ୍କୁ ଦିଗଦର୍ଶନ ଦିଆଯାଇଥିଲା। ମେଟ୍ରୋ ଟିଭିର ଉପସଭାପତି ସୁସ୍ମିତା ମହାନ୍ତି ଯୋଗଦେଇ ଏହି ଚିତ୍ର ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ଅବସରରେ ଏଭଳି କାର୍ଯ୍ୟକ୍ରମ ଲୋକଙ୍କ ମନରେ ଆଧ୍ୟାତ୍ମିକ ମନୋଭାବ ଜାଗ୍ରତ କରିବାରେ ବିଶେଷ ସହାୟକ ହେବବୋଲି ଆଶାପ୍ରକଟ କରିଥିଲେ। ଦଶହରା ଅବସରରେ ପଟିଆ ସେବାକେନ୍ଦ୍ର ଇନଚାର୍ଯ୍ୟ ବିକେ ଗୋଲାପଙ୍କ ତତ୍ତ୍ୱାବଧାନରେ ସମସ୍ତ ବ୍ରହ୍ମାକୁମାରୀ ଓ ବ୍ରହ୍ମାକୁମାର ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post