ବିରଜା ପଞ୍ଜିକା ଅନୁସାରେ ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି । ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତି ନୀତି ପାଳନ କରିଥାନ୍ତି । ଶ୍ରାବଣ ମାସ ସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ନିଷ୍ଠାର ସହ ଶୈବପୀଠକୁ ଆଣି ଭୋଳାବାବାଙ୍କୁ ଜଳ ଲାଗି କରିଥାନ୍ତି । ତେବେ ଏନେଇ ବିଭିନ୍ନ ନଦୀ ଘାଟ ଓ ତୀର୍ଥସ୍ଥଳୀ ଗୁଡ଼ିକରେ କଡ଼ା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ