ବିରଜା ପଞ୍ଜିକା ଅନୁସାରେ ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି । ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତି ନୀତି ପାଳନ କରିଥାନ୍ତି । ଶ୍ରାବଣ ମାସ ସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ନିଷ୍ଠାର ସହ ଶୈବପୀଠକୁ ଆଣି ଭୋଳାବାବାଙ୍କୁ ଜଳ ଲାଗି କରିଥାନ୍ତି । ତେବେ ଏନେଇ ବିଭିନ୍ନ ନଦୀ ଘାଟ ଓ ତୀର୍ଥସ୍ଥଳୀ ଗୁଡ଼ିକରେ କଡ଼ା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ