ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା । ୬ ଦିନ ବ୍ୟାପୀ ଯଜ୍ଞ ଅନୁଷ୍ଠିତ ହେବ । ଗଜପତି ମହାରାଜା ଯଜ୍ଞ ପାଇଁ ଆଚାର୍ଯ୍ୟ ବରଣ କରିବେ । ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ଗୁରୁବାର ବସିଥିବା ସ୍ବତନ୍ତ୍ର ପରିଚାଳନା କମିଟି ବୈଠକରେ ସାଂସ୍କୃତିକ ଓ ବିଭିନ୍ନ ସବ କମିଟିର ପୂର୍ବ ନିଷ୍ପତ୍ତିରେ ମୋହର ଲାଗିଛି ।  ସନ୍ଧ୍ୟା ସାଢ଼େ ୬ଟାରୁ ୮ଟା ମଧ୍ୟରେ ଅଙ୍କୁରାରୋପଣ କରାଯିବ । ୧୩ ତାରିଖ ଦିନ ୧୧ଟାରୁ ରାତି ୮ଟା ପର୍ଯ୍ୟନ୍ତ ଅଙ୍କୁରପୂଜନ ହେବ । ୧୪ ତାରିଖ ଦିନ ୧୦ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁରପୂଜନ, ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ବଜା ସ୍ଥାପନ, ତୋରଣ ସ୍ଥାପନ କରାଯିବ । ୧୫ ତାରିଖରେ ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ, ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦ ପାରାୟଣ ଓ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ହେବ । ଅପରାହ୍ନ ୩ଟାରୁ ବୈଷ୍ଣବାଗ୍ନି ସଂସ୍କାର, ହବନ, ଆରତି, ପୁଷ୍ପାଞ୍ଜଳି, ପ୍ରଦକ୍ଷିଣ କରାଯିବ ।

ଆଜି ଗଜପତି ମହାରାଜା ଯଜ୍ଞ ପାଇଁ ଆଚାର୍ଯ୍ୟ ବରଣ କରିବେ ନେଇ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ସାଢ଼େ ୬ଟାରୁ ୮ଟା ମଧ୍ୟରେ ଅଙ୍କୁରାରୋପଣ କରାଯିବ । ୧୩ ତାରିଖ ଦିନ ୧୧ଟାରୁ ରାତି ୮ଟା ପର୍ଯ୍ୟନ୍ତ ଅଙ୍କୁରପୂଜନ ହେବ । ୧୪ ତାରିଖ ଦିନ ୧୦ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁରପୂଜନ, ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ବଜା ସ୍ଥାପନ, ତୋରଣ ସ୍ଥାପନ କରାଯିବ । ୧୫ ତାରିଖରେ ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ, ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦ ପାରାୟଣ ଓ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ହେବ । ଅପରାହ୍ନ ୩ଟାରୁ ବୈଷ୍ଣବାଗ୍ନି ସଂସ୍କାର, ହବନ, ଆରତି, ପୁଷ୍ପାଞ୍ଜଳି, ପ୍ରଦକ୍ଷିଣ କରାଯିବ । ୧୬ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀ ପୂଜା, ଗୋପୂଜା, ଶାଳ ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ହବନ, ଆରତି, ପୁଷ୍ପାଞ୍ଜଳି ପ୍ରଦକ୍ଷିଣ କରାଯିବ । ୧୭ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ । ପରେ ଅପରାହ୍ନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରାଯିବ ।

ଅପରାହ୍ନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ । ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ । ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ । ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ । ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଓ ସାଉଣ୍ଡ ଶୋ’ର ବ୍ୟବସ୍ଥା କରାଯାଇଛି ।