ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ
ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ । କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଜାକିରଙ୍କ ପରଲୋକରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଜାକିର ହୁସେନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଗତ ସପ୍ତାହରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଗତ ସପ୍ତାହରେ ହୃଦ୍ ଜନିତ ସମସ୍ୟା ପାଇଁ ତାଙ୍କୁ ସାନ୍ ଫ୍ରାନ୍ସିସ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ହୋଇଥିଲା ।
ଉସ୍ତାଦ ଜାକିର ହୁସେନ ୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ତାଙ୍କର ଅବଦାନ ଅତୁଳନୀୟ ।