ଗୁରୁ ହିଁ ସାକ୍ଷାତ ଈଶ୍ବର

ଗୁରୁ ବ୍ରହ୍ମା, ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର; ଗୁରୁ ସାକ୍ଷାତ୍ ପରମ୍ ବ୍ରହ୍ମ, ତସ୍ମୈଶ୍ରୀ ଗୁରବେ ନମଃ ।

ଗୁରୁଦିବସ ବା ଶିକ୍ଷକ ଦିବସ ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଭାରତରେ ଦ୍ୱିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ (ସେପ୍ଟେମ୍ବର ୫) ଜନ୍ମଦିନ ୧୯୬୨ ପରଠାରୁ  ଗୁରୁ ଦିବସ ଭାବେ ପାଳନ କରାଯାଏ । ପାରମ୍ପାରିକ ଭାବରେ ହିନ୍ଦୁମାନଙ୍କଦ୍ୱାରା ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଗୁରୁ ପୂର୍ଣ୍ଣିମା ମଧ୍ୟ ପାଳନ କରାଯାଏ । ଗୁରୁଙ୍କୁ ନମଣିବ ନର ଗୁରୁ ହିଁ ସାକ୍ଷାତ ଈଶ୍ବର । ଈଶ୍ବରଙ୍କର ଅନ୍ୟ ରୂପ ହେଲେ ଗୁରୁ । ଶିକ୍ଷକଙ୍କ ଭୂମିକାକୁ ମନେ ପକାଇ  ଆଜି ସାରା ଦେଶ ପାଳୁଛି ପବିତ୍ର ଗୁରୁ ଦିବସ । ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖରେ ଭାରତର ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମତିଥିକୁ ଗୁରୁଦିବସ ଭାବେ ପାଳନ କରାଯାଉଛି ।

ବିନା ଗୁରୁରେ କେହି କେବେ ସଫଳତାର ଶିଖର ଛୁଇଁପାରିନାହାନ୍ତି । କଞ୍ଚା ମାଟି ପିଣ୍ଡୁଳାକୁ ସୁନ୍ଦର ପ୍ରତିମା ରୂପେ ଗଢିବାରେ ନିରନ୍ତର ଚେଷ୍ଟା କରିଥାନ୍ତି ଗୁରୁ । ବାପାମାଆଙ୍କ ପରେ ଗୁରୁ ହିଁ ଜୀବନରେ ଆଗକୁ ବଢିବା ପାଇଁ ସଠିକ ମାର୍ଗ ଦେଖାଇଥାଆନ୍ତି । ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ ଓ ଶୃଙ୍ଖଳିତ କରିବାରେ ତାଙ୍କ ଭୂମିକା ଅତ୍ଯନ୍ତ ଗୁରୁତ୍ବପୂର୍ଣ୍ଣ । ଆମ ଭାରତୀୟ ସଂସ୍କୃତି ଗୁରୁ-ଶିଷ୍ଯର ପରମ୍ପରା ଉପରେ ପ୍ରତିଷ୍ଠିତ ।

ସର୍ବପଲ୍ଲୀ ରାଧାକ୍ରୀଷ୍ଣନ ରାଷ୍ଟ୍ରପତି ଥିବା ସମୟରେ ଛାତ୍ରଛାତ୍ରୀତାଙ୍କର ଜନ୍ମଦିନ ପାଳନ କରିବାକୁ କହିଥିଲେ । ମାତ୍ର ସେ ସେମାନଙ୍କୁ ନିଜ ଜନ୍ମଦିନ ପାଳିବାକୁ ମନା କରିଥିଲେ । ଜନ୍ମଦିନ ପାଳନ କରିବା ଅପେକ୍ଷା ଏହି ଦିନକୁ ଗୁରୁମାନଙ୍କ ଦିବସ ଭାବେ ପାଳନ କରାଗଲେ ତାହା ବଡ଼ ସମ୍ମାନ ହେବ ବୋଲି କହିଥିଲେ । ଶିକ୍ଷାପ୍ରତି ଥିବା ତାଙ୍କ ଅବଦାନକୁ ସମ୍ମାନ ଜଣାଇ ସେବେଠୁ ତାଙ୍କ ଜନ୍ମଦିବସକୁ ଗୁରୁ ଦିବସ ଭାବେ ପାଳନ କରାଯାଉଛି ।

Leave a comment