ଆସନ୍ତା ଜାନୁଆରୀ ୩ ରୁ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ। ୭୭ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ଜାନୁଆରୀ ୩ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । କମିଟିର କର୍ମକର୍ତ୍ତା ଗତ ବର୍ଷର ବଜେଟ ସମ୍ପର୍କରେ ସୂଚନା ଦେଇଥିଲେ ଓ ଆସନ୍ତା ଧନୁଯାତ୍ରା କେମିତି ପାରମ୍ପରିକ ଢଙ୍ଗରେ ଭଲରେ ହେବ ସେନେଇ ଆଲୋଚନା କରାଯାଇଥିଲା ।ବରଗଡ଼ର ସମସ୍ତ ବର୍ଗଙ୍କୁ ଧନୁଯାତ୍ରା ରେ କିଭଳି ଯୋଡା ଯାଇ ପାରିବ ସେନେଇ ପଦକ୍ଷେପ ନେବାକୁ କମିଟିର ସଦସ୍ୟ ମାନେ ପ୍ରସ୍ତାବ ଦେଇଥିଲେ । ବୈଠକରେ ଆୟ ବ୍ୟୟ ଉପରେ ସଦସ୍ୟ ମାନେ ବିଭିନ୍ନ ପ୍ରଶ୍ନ ଉଠାଇଥିଲେ ଯାହାର ତଦାରଖ ପାଇଁ ବୈଷୟିକ କମିଟି ଗଠନ କରି ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ । ବୈଠକରେ ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ, ମହୋତ୍ସବ କମିଟିର ସମ୍ପାଦକଙ୍କ ସହ ବିଭିନ୍ନ କମିଟିର ସଦସ୍ୟ ଓ ଜିଲ୍ଲାର ବିଭିନ୍ନ ବିଭାଗର ଅଫିସର୍ ମାନେ ଉପସ୍ଥିତ ଥିଲେ ।
Trending
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି