ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ । ସକାଳୁ ସକାଳୁ ଶୈବପୀଠରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଷେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ ମନାସୁଛନ୍ତି କାଉଡ଼ିଆ । ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, କଟକର ଧବଳେଶ୍ବର, ନୀଳଗିରିର ପଞ୍ଚଲିଙ୍ଗେଶ୍ବର ଢେଙ୍କାନାଳର କପିଳାସ ମନ୍ଦିର ଆଦି ଶୈବାଳୟରେ ପାଣି ଢାଳୁଛନ୍ତି ଭକ୍ତ । ସବୁ ଶିବାଳୟରେ ଏଥିପାଇଁ ଖାସ ବ୍ୟବସ୍ଥା କରାଯାଇଛି । ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କର ଭିଡ଼ ଜମିଛି । ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ଚଳଚଞ୍ଚଳ ହୋଇ ଉଠିଛି ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠ । ବାବା ଧବଳେଶ୍ୱରଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ । ସେହିପରି ପୁରୀର ପ୍ରସିଦ୍ଧ ଶ୍ରୀଲୋକନାଥ ଦେବଙ୍କ ପୀଠରେ ବୋଲବମ ଭକ୍ତଙ୍କ ଭିଡ଼ ଲାଗିଛି । ଲିଙ୍ଗରାଜ ମନ୍ଦିର ବ୍ୟତିତ ଏକାମ୍ର କ୍ଷେତ୍ରର ଭାସ୍କରେଶ୍ୱର, ମେଘେଶ୍ୱର, ବ୍ରହ୍ମେଶ୍ୱର ଭଳି ଶିବାଳୟରେ ମଧ୍ୟ ସକାଳୁ ସକାଳୁ ଶ୍ରଦ୍ଧାଳୁ ଜଳଲାଗି କରୁଛନ୍ତି । ଢେଙ୍କାନାଳର କପିଳାସରେ ବି ଜଳଲାଗି ପାଇଁ କାଉଡ଼ିଆଙ୍କ ଭିଡ଼ ପରିଲକ୍ଷିତ ହୋଇଛି ।

Leave a comment