ପୁରୀ: ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଆଜି ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ଭିତରକୁ ପ୍ରବେଶ କରିଥିଲୁ। ସମସ୍ତେ ଦିବ୍ୟମନରେ ପ୍ରବେଶ କରିଥିଲୁ। ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲୁ। ଏହାପରେ ସମସ୍ତେ ଏକାଠି ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲୁ। ମା ବିମଳା, ମା ଲକ୍ଷ୍ମୀଙ୍କ ସହ ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରିବା ପରେ ପାରମ୍ପରିକ ଧୋତି ଗାମୁଛା ପରିଧାନ କରିଥିଲୁ। ସମସ୍ତ କମିଟି ସଦସ୍ୟ ଏବଂ ଶୁଭ ମୁହୂର୍ତ୍ତ ଦିନ ୯ଟା ୫୧ ମିନିଟ୍ ସମୟରେ ଭଣ୍ଡାରକୁ ପ୍ରବେଶ କରିଥିଲୁ। ଭିତର ରତ୍ନଭଣ୍ଡାରରେ ୩ଟି କାଚ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା ଥିଲା। ୩ଟି ସିନ୍ଦୁକ ମଧ୍ୟ ଥିଲା। ରାଜ୍ୟ ସରକାରଙ୍କ ଏସ୍ଓପି ଅନୁଯାୟୀ ରତ୍ନଭଣ୍ଡାର ପ୍ରବେଶ କରିଥିଲୁ।ଏହି କାମ କରିବା ପାଇଁ ପ୍ରାୟ ସାଢ଼େ ୭ ଘଣ୍ଟା ସମୟ ଲାଗିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଗୁରୁବାର ସନ୍ଧ୍ୟାରେ ଗଣମାଧ୍ୟମକୁ ଏହି ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ବାହାରିଲା ପରେ ଗଣମାଧ୍ୟମକୁ ସେ କହିଛନ୍ତି, ପୂର୍ବରୁ ପ୍ରଥମ ଦଫାରେ ଗତ ୧୪ ତାରିଖରେ ବାହାର ଭଣ୍ଡାର ଖୋଲାଯାଇଥିବା ବେଳେ ଆଜି ବହୁ ପ୍ରତୀକ୍ଷିତ ଭିତର ରତ୍ନଭଣ୍ଡାର ଖୋଲିଛି। ଓଡ଼ିଶାବାସୀଙ୍କର ଯେଉଁ ଆଶା ଓ ଆଶଙ୍କା ଥିଲା ତାହା ଦୂର ହୋଇଛି। ସବୁ ଅଲଙ୍କାର ସୁରକ୍ଷିତ ରହିଛି। ଏହା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ୍କୁ ସ୍ଥାନାନ୍ତର କରାଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post