ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ୍ଓପି) ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତର ହୋଇସାରିଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍ଆଇକୁ ସଂରକ୍ଷଣ ଓ ମରାମତି କାର୍ଯ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ