ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଜି ପୁଣି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି । ରତ୍ନଭଣ୍ଡାର ଖୋଲୁଥିବାରୁ ଦିନ ୧ ଟା ପରେ ଆଜି ଶ୍ରୀ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ଥାନାନ୍ତରଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ଭକ୍ତ ନିଜ ମହାପ୍ରଭୁଙ୍କୁ ଦର୍ଶନ କରିବାରୁ ବଞ୍ଚିତ ହେବେ । ରତ୍ନଭଣ୍ଡାରରେ ପ୍ରବେଶ ଓ ଯାଞ୍ଚ କରିବା ପାଇଁ ୧୨ ଜଣିଆ କମିଟି ମଧ୍ୟ ଗଠନ କରାଯାଇଛି । ସେମାନେ ପୁଙ୍ଖାନୁପୁଙ୍ଖ ଭାବରେ ଆଜି ରତ୍ନଭଣ୍ଡାରର ସମସ୍ତ କାର୍ଯ୍ୟ ତଦାରଖ କରିବେ ।କହିରଖୁ, ରତ୍ନଭଣ୍ଡାର ଖୋଲିବା ପରେ ଖାଲି ସିନ୍ଦୁର ଓ ଆଲମିରାକୁ ସ୍ଥାନାନ୍ତର କରାଯିବ । ଆଜି ଜଉମୁଦ ହୋଇଥିବା ଭିତର ଓ ବାହାର ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ହେବ ରତ୍ନଭଣ୍ଡାରକୁ ନେଇ ରାଜ୍ୟବାସୀଙ୍କ ମନରେ ଉତ୍ସୁକତା ଲାଗି ରହିଥିଲା । ନବୀନଙ୍କ ସରକାରର ପରାଜୟ ପରେ ନୂଆ ସରକାର ତଥା ମୋହନ ମାଝୀଙ୍କ ସରକାର ରତ୍ନଭଣ୍ଡାର ଖୋଲି ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛି ।
Trending
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
- ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
- ମନ୍ କି ବାତ୍ କାର୍ଯ୍ୟକ୍ରମର ୧୨୭ତମ ଏପିସୋଡ୍ , ଛଟ୍ ପର୍ବର ଗୁରୁତ୍ୱ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ
Prev Post
Next Post