ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣକୁ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ପୂଜା କମିଟି ଯୋଜନା କରିଛନ୍ତି । ନାସିକ ଢୋଲରେ କମ୍ପିବ ରାଜରାସ୍ତା । ଆକ୍ସନ ଦେଖାଇବେ ଅଘୋରୀ ଗ୍ରୁପ ।ମାଆଙ୍କୁ ମେଲାଣି ପାଇଁ ବିଭିନ୍ନ ପୂଜା ମଣ୍ଡପ ଗୁଡିକ ପ୍ରସ୍ତୁତି କରିଛନ୍ତି । ରାଜଧାନୀ ଭୁବନେଶ୍ବରରେ ମାଆଙ୍କ ଭସାଣ ଉତ୍ସବ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭସାଣ ସମୟରେ ଯେଭଳି ଟ୍ରାଫିକ ସମସ୍ୟା ଉପୁଜିବ ସେଥିପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି । ରାଜଧାନୀରେ ମୋଟ ୩୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।୧୫୦ ଜଣ ବରିଷ୍ଠ ପୋଲିସ ଅଧିକାରୀ ବିଭିନ୍ନ ସ୍ଥାନରେ ନଜର ରଖିବେ । ମାଆଙ୍କୁ ବିସର୍ଜନ ପାଇଁ କୁଆଖାଇ ଓ ଦୟାନଦୀ କୂଳରେ ଅସ୍ଥାୟୀ ପୋଖରୀ ଖୋଳାଯାଇଛି । ନଦୀ ଭିତରକୁ ଯିବା ଉପରେ କଟକଣା କରାଯାଇଛି । ଅସ୍ଥାୟୀ ପୋଖରୀ ଗୁଡ଼ିକ ନିକଟରେ ପୋଲିସ ମୁତୟନ ହେବାକୁ ଥିବାବେଳେ, ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ବୋଟ ଧରି ଉପସ୍ଥିତ ରହିବେ ।ଭୁବନେଶ୍ବରରେ ମୋଟ ୧୮୮ଟି ପୂଜା ମେଢ଼ ରହିଛି। ସହିଦନଗର, ନୟାପଲ୍ଲୀ ଓ ଚନ୍ଦ୍ରଶେଖରପୁର ତିନୋଟି ଭସାଣ କମିଟି ଦ୍ବାରା ମେଢ଼ ଗୁଡିକ ଶୋଭାଯାତ୍ରାରେ ଯିବେ । ସହିଦନଗର ଭସାଣ କମିଟିକୁ ଆସୁଥିବା ମେଢ଼ ଗୁଡିକ ବାଣୀବିହାର ଛକରୁ ଶୋଭାଯାତ୍ରାରେ ବାହାରି ରୂପାଲି ଛକ ଦେଇ ରାଜମହଲ ପର୍ଯ୍ୟନ୍ତ ଆସିବେ । ନୟାପଲ୍ଲୀ ଭସାଣ କମିଟି ମେଢ଼ ଗୁଡିକ CRP ଛକ ଦେଇ ୟୁନିଟ-୮ ଦେଇ ୬ ନମ୍ବର ପର୍ଯ୍ୟନ୍ତ ଆସିବେ । ସେହିପରି ଚନ୍ଦ୍ରଶେଖରପୁର ଭସାଣ କମିଟି ମେଢ଼ ଗୁଡିକ କଳିଙ୍ଗ ହସ୍ପିଟାଲ ଛକ ଦେଇ ନଦୀ ପଠାକୁ ଯିବେ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥା ଉପରେ ଅଧିକ ଫୋକସ ଦେଇଛି କମିଶନରେଟ ପୋଲିସ ।
Trending
- ରାଜ୍ୟରେ ବର୍ଷକୁ ୨୦୦୦ କୋଟିର ପ୍ରତିରକ୍ଷା ବ୍ୟବସାୟ ସୁଯୋଗ
- ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ
- ସୁସ୍ଥ ହେଉଛନ୍ତି ନବୀନ
- ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି
- ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ଉପରେ ଗୁରୁତ୍ବାରୋପ କଲେ ମୁଖ୍ୟମନ୍ତ୍ରୀ
- ଆମେ କାହାର ପକ୍ଷ ନୁହେଁ, କାହାର ବିପକ୍ଷ ନୁହେଁ , ଆମେ ସମସ୍ତଙ୍କ ସମକକ୍ଷ
- ଟ୍ରାଫିକ ଜାମରୁ ମୁକ୍ତି ପାଇବ ଦିଲ୍ଲୀ-ଏନସିଆର
- ଭାରତ ଫେରିଲେ ଶୁଭାଂଶୁ ଶୁକ୍ଳା
- ବିହାରରେ ନିର୍ବାଚନ: ଭୋଟର ଅଧିକାର ଯାତ୍ରା କରୁଛି କଂଗ୍ରେସ
- ଆସୁଛି ଲଘୁଚାପ, ୨୦ ଯାଏଁ ବର୍ଷା
Prev Post