ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।୪୦ ଏକର ପରିମିତ ଅଞ୍ଚଳରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭ୍ୟ ରୂପାନ୍ତରଣ ହୋଇଛି । ଏହି କାର୍ଯ୍ୟ ପାଇଁ ୩ ହଜାରରୁ ଅଧିକ ଶ୍ରମିକ ଓ କର୍ମଚାରୀ ଦିନରାତି ପରିଶ୍ରମ କରିଥିଲେ । ମା’ ସମଲେଇ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନେ ଏହି ପ୍ରକଳ୍ପ ଓ ମନ୍ଦିରର ବିକାଶ କାର୍ଯ୍ୟ ଦେଖି ଖୁସି ଜାହିର କରିଛନ୍ତି । ଏହି ପ୍ରକଳ୍ପରେ ୪ଟି ଦ୍ୱାର, ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟାଳୟ, ୱାଚ ଟାୱର, ଭୋଗ ମଣ୍ଡପ, ଦୀପ ଗୃହ, ଫାଉଣ୍ଟେନ, ଯାତ୍ରୀଙ୍କ ବିଶ୍ରାମ ଗୃହ ସହିତ ମିଶନ ଶକ୍ତି କାଫେ ରହିଛି । ପ୍ରଥମ ଥର ପାଇଁ ପଶ୍ଚିମ ଓଡ଼ିଶାରେ ସମଲେଇ ପ୍ରକଳ୍ପରେ ବିଦ୍ୟୁତ ବିଭାଗ ଭୂତଳ ବିଦ୍ୟୁତ ବ୍ୟବସ୍ଥା କରିଛନ୍ତି । ମୁଖ୍ୟ ଯଜ୍ଞସ୍ଥଳୀକୁ ଛାଡ଼ିଦେଲେ ୪ଟି ମୁଖ୍ୟ ଦ୍ୱାରରେ ୪ଟି ଯଜ୍ଞସ୍ଥଳୀ କରାଯାଇଛି ।ଲୋକାର୍ପଣ ଉତ୍ସବ ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ପ୍ରଦାନ କରିଥିଲେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶିର୍ବାଦର ପରିଚୟ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ମା’ ଝଲସୁଛନ୍ତି । ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ଓ ଅର୍ଥନୀତିକୁ ଆଗକୁ ନେବ । ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ଏହ ପ୍ରକଳ୍ପ କାର୍ଯ୍ୟ ସମାପ୍ତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଉତ୍ସବ ଅବସରରେ ଆଜି ମା’ଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ । ତେଣୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post