ଆଜି ଶେଷ ରଜ। ଏହାକୁ ବେଶ ଧୂମଧାମରେ ପାଳନ କରୁଛନ୍ତି ଓଡ଼ିଶାବାସୀ। ଚାରିଆଡ଼େ ଉତ୍ସବର ମାହୋଲ ଦେଖିବାକୁ ମିଳୁଥିବା ବେଳେ ପିଠାପଣାର ମହକରେ ବାସି ଉଠୁଛି ପ୍ରତିଟି ଓଡ଼ିଆ ଘର। ଆଜି ରବିବାର ହୋଇଥିବାରୁ ସକାଳୁ ସକାଳୁ ଆମିଷ ମାର୍କେଟରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଲାଣି।ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବଜାରକୁ ପର୍ଯ୍ୟାପ୍ତ ପରିମାଣର ମାଛ, ଚିକେନ, ମଟନ, ଚିଙ୍ଗୁଡ଼ି ଓ କଙ୍କଡା ମଧ୍ୟ ଅଣାଯାଇଛି । ତିନି ଦିନ ଧରି ପାଳନ ହେଉଥିବା ଏହି ଗଣପର୍ବର ଆଜି ଅନ୍ତିମ ଦିନ ହୋଇଥିବା ବେଳେ ଏହାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି। କୁଆଁରୀ ଝିଅଠାରୁ ଆରମ୍ଭ କରି ବିବାହିତା ନାରୀ ଏବଂ ପିଲାଠୁ ବୁଢା ସମସ୍ତେ ରଜପର୍ବରେ ନିଜକୁ ସାମିଲ କରି ଦୋଳି ଖେଳିବା ସହ ସୁସ୍ୱାଦୁ ପିଠାପଣାର ମଜା ଉଠାଉଛନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା