ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସଂଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ନୀତି ପାଇଁ ଅନେକ ସମୟରେ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଥାଏ । ତେବେ ଆଜି ସଂଧ୍ୟାରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ କମିଟି ପକ୍ଷରୁ ଘୋଷଣା କରାଯାଇଛି ।ଶ୍ରୀଗୁଣ୍ଡିଚା ଯାତ୍ରା ସାରି ନୀଳାଦ୍ରି ବିଜେ ପରେ ବନକଲାଗି ହୋଇନାହାନ୍ତି ମହାପ୍ରଭୁ । ଏଥିପାଇଁ ବୁଧବାର ଅର୍ଥାତ ଆଜି ମହାପ୍ରଭୁଙ୍କ ବନକଲାଗି କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି । ସେହିପରି ଗତକାଲି ମହାପ୍ରଭୁଙ୍କର ବଡ଼ମହାସ୍ନାନ ହୋଇଥିଲା । ଏଥିପାଇଁ ପ୍ରାୟ ଅଢେଇ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା ।ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ