ଭୁବନେଶ୍ୱର : ରାଜ୍ୟର ସମୃଦ୍ଧ ଇତିହାସ ଓ ସଂସ୍କୃତିର ମୂକସାକ୍ଷୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୬୮ତମ ପ୍ରତିଷ୍ଠା ଦିବସ ଆଜି ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ବାବୁ ସିଂ ନିଜ ଅଭିଭାଷଣରେ ସଂଗ୍ରହାଳୟକୁ ଓଡ଼ିଆ ଅସ୍ମିତାର ବାର୍ତ୍ତାବାହକ ଭାବେ ଅଭିହିତ କରିଥିଲେ। ସେ କହିଥିଲେ ଯେ, ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ଗାଥାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଏବଂ ଏହାର ପ୍ରଚାର ପ୍ରସାର ଦିଗରେ ଏହି ଅନୁଷ୍ଠାନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଆମର ସମୃଦ୍ଧ ଇତିହାସରୁ ପ୍ରେରିତ ହେବା ପାଇଁ ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇଥିଲେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ