ଭଦ୍ରକ: ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠରେ ଜଳାଭିଷେକ କରୁଛନ୍ତି ଭକ୍ତ । ବାବା ଲିଙ୍ଗରାଜ, ବାବା ଆଖଣ୍ଡଳମଣିଙ୍କୁ ଜଳାଭିଷେକ ପାଇଁ ଭକ୍ତଙ୍କ ସମାଗମ ଅଧିକ ହୋଇଛି । କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବାବାଙ୍କ ପାଖରେ କାଉଡିଆଙ୍କ ଶୃଙ୍ଖଳିତ ଜଳଲାଗି ପାଇଁ ମନ୍ଦିର ଭିତରେ ଓ ବାହାରେ କଡା ସୁରକ୍ଷା ବ୍ଯବସ୍ଥା କରାଯାଇଛି । ଶ୍ରାବଣ ମାସ ଭଗବାନ ଭୋଳାନାଥଙ୍କର ପ୍ରିୟ ହୋଇଥାଏ ବୋଲି ବିଶ୍ୱାସ ରହିଛି। ତା’ଛଡ଼ା ଏହି ଶ୍ରାବଣ ସୋମବାର ବ୍ରତ କଲେ ଜୀବନରେ ସୁଖ, ଶାନ୍ତି ମିଳିବା ସହ ସ୍ବାସ୍ଥ୍ୟ ଭଲ ରହିଥାଏ ବୋଲି ସାଧୁମାନେ ମତ ଦେଇଥାନ୍ତି। ନିଷ୍ଠାର ସହ ଏହି ବ୍ରତ କରୁଥିବା ବ୍ୟକ୍ତି ଅକାଳ ମୃତ୍ୟୁ ତଥା ଦୁର୍ଘଟଣାରୁ ବି ବର୍ତ୍ତି ଯାଇଥାନ୍ତି।
Trending
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’