ମାର୍ଗଶୀର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ପରିବାରର ଜ୍ୟେଷ୍ଠ ସନ୍ତାନର ଦୀର୍ଘାୟୁ କାମନା କରି ଷଷ୍ଠୀ ଦେବୀଙ୍କର ପୂଜା କରାଯିବ । ଘରେ ଘରେ ଏଣ୍ଡୁରି ପିଠା ଓ ଆରିସା ପିଠା କରି ଷଷ୍ଠୀ ଦେବୀଙ୍କ ନିକଟରେ ସମର୍ପଣ କରି ପୋଢୁଆଁଙ୍କର ଶୁଭ ମନାସାଯିବ । ସେପେଟ ଶ୍ରୀମନ୍ଦିରରେ ବି ପୋଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ଗତକାଲି ମହାପ୍ରଭୁଙ୍କ ମାମୁଁଘର କଟକ ନିଆଳି ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ଭାରରେ ରହିଛି ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଇତ୍ୟାଦି । ମହାପ୍ରଭୁଙ୍କ ଗୋପାଳବଲ୍ଲଭ ପାଇଁ ଫଳମୂଳ, ତୁଳସୀ ଓ ପଦ୍ମଫୁଲ ମାଳ ମଧ୍ୟ ଆସିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ