ଆଜି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ। କିନ୍ତୁ ପୁନର୍ବାର ବଡୁ ସେବାୟତ ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ। ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି । ବାରମ୍ବାର ଏପରି ମନମୁଖୀ କାର୍ଯ୍ୟ କରୁଥିବା ବେଳେ ଆଜି ସିଂହଦ୍ବାର ସମ୍ମୁଖରେ ପୂଜାପଣ୍ଡା ସର୍ବସାଧାରଣ ଦର୍ଶନ ବନ୍ଦ କରି ମିଳିତ ପ୍ରତିବାଦ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ବଡୁ ସେବାୟତ ଓ ପୂଜା ପଣ୍ଡା ନିଯୋଗର ସେବା ବିବାଦକୁ ନେଇ ପୁଣି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବିଭ୍ରାଟ ହୋଇଛି। ଗତକାଲି ସନ୍ଧ୍ୟାରୁ ଠାକୁରଙ୍କ କୌଣସି ନୀତି ହୋଇନଥିବା ବେଳେ ଦିଅଁ ଦକ୍ଷିଣ ଘରକୁ ବିଜେ କରିନାହାନ୍ତି। ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ କରିଥାନ୍ତି।
Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା