ପୁରୀ: ଦେଢ଼ ମାସ ପରେ ଆଜି ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି। ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି। ପ୍ରାକୃତିକ ଦ୍ରବ୍ୟରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ଶଙ୍ଖ, କସ୍ତୁରୀ, ହିଙ୍ଗୁଳ, ହରିତାଳ ଭଳି ବିଭିନ୍ନ ପ୍ରାକୃତିକ ଦ୍ରବ୍ୟରେ ମହାପ୍ରଭୁଙ୍କ ଶ୍ରୀ ମୁଖ ଶୃଙ୍ଗାର କରାଯିବ । ନୀତି ପାଇଁ ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ପାଇଁ ସନ୍ଧ୍ୟା ୬ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ । ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୧୧ଟା ପରେ ଦର୍ଶନ ସ୍ବାଭାବିକ ହେବ।
Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Prev Post
Next Post