ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବନକ ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସ୍ୱତନ୍ତ୍ର ନୀତି ହେବ । ଗୁପ୍ତ ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସଂଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ପୁଣି ଶ୍ରୀବିଗ୍ରହମାନଙ୍କ ଦର୍ଶନ କରିପାରିବେ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ