ଆଜି ହେଉଛି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ । ଭକ୍ତ ଓ ଭଗବାନଙ୍କ ମିଳନର ଆଉ ଏକ ଅପୂର୍ବ ଦିନ । ଶ୍ରୀକ୍ଷେତ୍ରର ବଡଦାଣ୍ଡରେ ଦେଖିବାକୁ ମିଳିଛି ଜନସମୁଦ୍ର । ଆଷାଢ ମାସର ଶୁକ୍ଳ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିର ସମ୍ମୁଖରେ ବଡ଼ଠାକୁରଙ୍କ ୩ ରଥ ପହଞ୍ଚିବା ପରେ ମହାବାହୁଙ୍କ ସୁନାବେଶ ହୋଇଥାଏ । ବର୍ଷକୁ ୪ଥର ମହାପ୍ରଭୁଙ୍କର ସୁନାବେଶ ଧାରଣ କରନ୍ତି । କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ସମୟରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ସୁନାବେଶ ହେଉଥିବା ବେଳେ ବାହୁଡ଼ା ଯାତ୍ରାର ଅନ୍ତିମ ଦିନ ବଡଦାଣ୍ଡରେ ରଥ ଉପରେ ହିଁ ଶ୍ରୀବିଗ୍ରହଙ୍କ ସୁନାବେଶ ହୋଇଥାଏ । ଲକ୍ଷ ଲକ୍ଷ ଭକ୍ତ ଏହି ସୁନାବେଶକୁ ଦର୍ଶନ କରି ଅସରନ୍ତି ଆନନ୍ଦ ପାଇଥାନ୍ତି ।ସେହିପରି ଅନଙ୍ଗଭୀମ ଦେବ ପବିତ୍ର ଆଷାଢ ମାସ ଶୁକ୍ଳ ପକ୍ଷ ଏକାଦଶୀ ଦିନ ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ କରିଥିଲେ । ଦାକ୍ଷିଣାତ୍ୟ ଅଞ୍ଚଳ ବିଜୟ ହାସଲ କରି ୧୬ଟି ହାତୀରେ ବୋହି ଆଣିଥିବା ସମସ୍ତ ଧନରତ୍ନକୁ ମହାବାହୁଙ୍କ ନିକଟରେ ସମର୍ପଣ କରିଥିଲେ ରାଜା କପିଳେନ୍ଦ୍ର ଦେବ । ଏହି ସମସ୍ତ ସମ୍ପତ୍ତି ଆଜି ମଧ୍ୟ ଶ୍ରୀମନ୍ଦିରରେ ରହିଥିବାର ବିଶ୍ୱାସ କରାଯାଏ । ତେବେ ସେହି ରାଜାଙ୍କ ଇଚ୍ଛାରେ ହିଁ କାଳିଆସୁନାକୁ ଏହି ସମସ୍ତ ଅଳଙ୍କାରରେ ସୁନାବେଶ କରାଯାଇଥାଏ ।ଭଗବାନଙ୍କ ସୁନାବେଶରେ ୧୩୮ ପ୍ରକାର ଅଳଙ୍କାରରେ ଶ୍ରୀଜିଉମାନେ ଅଳଙ୍କୃତ ହୋଇଥାନ୍ତି । ଅଳଙ୍କାର ଗୁଡ଼ିକ ହେଉଛି ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣୀ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ବାହାଡ଼ା ମାଳି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ବାଘନଖି ମାଳି, ସେବତୀ ମାଳି, ତ୍ରିଖଣ୍ଡିକା କମରପଟି, ହଳ ଏବଂ ମୁଷଳ । ତାଳଧ୍ୱଜ ରଥ ଉପରେ ଏହି ସମସ୍ତ ଅଳଙ୍କାରରେ ସୁସଜ୍ଜିତ ହୋଇଥାନ୍ତି ବଡ଼ ଭାଇ ବଳଭଦ୍ର । ସେହିପରି ଭଉଣୀ ସୁଭଦ୍ରା କିରୀଟ, ଓଡ଼ିଆଣୀ, କାନ ଚନ୍ଦ୍ରସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ତଗଡ଼ି ଓ ସେବତୀ ମାଳି ଭଳି ଆଭୁଷଣ ପରିଧାନ କରିଥାନ୍ତିି । ତେବେ ଜଗମୋହନଙ୍କ ଶ୍ରୀଅଙ୍ଗରେ ମଧ୍ୟ କିରୀଟ, ଶ୍ରୀଭୁଜ, ଶ୍ରୀପୟର, ଚନ୍ଦ୍ରସୂର୍ଯ୍ୟ ଇତ୍ୟାଦି ସହିତ ଆଡ଼କାନି, ହରିଡ଼ା ମାଳି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତାବିଜ ମାଳି, ସେବତୀ ମାଳି, ତ୍ରିଖଣ୍ଡିକା କମରପଟି, ସୁବର୍ଣ୍ଣ ଚକ୍ର ଏବଂ ରୋପ୍ୟ ଶଙ୍ଖରେ ବିଭୁଷିତ ହୋଇଥାନ୍ତି ।ଅପରପକ୍ଷେ ମହାପ୍ରଭୁଙ୍କ ସୁନାବେଶର ଅଳଙ୍କାର ବାହାର ରତ୍ନଭଣ୍ଡାରରେ ରହିଥାଏ। ଯେହେତୁ ରତ୍ନଭଣ୍ଡାର ମରାମତି ସହ ଅଳଙ୍କାର ଗଣତି ଓ ମଣତି ପ୍ରକ୍ରିୟା ଜାରି ରହିଛି, ବାହାର ରତ୍ନଭଣ୍ଡାର ଅଳଙ୍କାର ଚାଙ୍ଗଡ଼ା ଘରଠାରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାର ବା ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇଛି। ଏହାକୁ ଜଉମୁଦ ଦେଇ ସିଲ୍ କରାଯାଇଛି। ଏଣୁ ବୁଧବାର ଟ୍ରେଜେରିରୁ ଚାବି ଆସିବା ପରେ ଏହି ଷ୍ଟ୍ରଙ୍ଗରୁମ ଖୋଲାଯାଇ ମହାପ୍ରଭୁଙ୍କ ସୁନାବେଶ ଅଳଙ୍କାର ଅଣାଯିବ। ଯାହା ମାର୍ଗଦର୍ଶିକା ଅଛି, ସେହି ଆଧାରରେ ଅଳଙ୍କାର ଅଣାଯିବ ଓ ପୁଣି ସେହିଠାରେ ରଖାଯିବ। ପୁଣି ଜଉମୁଦ ଦେଇ ସିଲ୍ ପରେ ତାଲା ଚାବି ଜିଲ୍ଲା ଟ୍ରେଜେରିରେ ରଖିବାକୁ ଜିଲ୍ଲାପାଳଙ୍କୁ ହସ୍ତାନ୍ତର ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି। ନିର୍ଘଣ୍ଟ ନୀତି ଅନୁଯାୟୀ, ବୁଧବାର ଭୋର ୬ଟାରୁ ସାଢ଼େ ୬ଟା ଭିତରେ ତିନି ରଥରେ ମଙ୍ଗଳ ଆଳତି ନୀତି ପରେ ଅନ୍ୟାନ୍ୟ ନୀତି ବଢ଼ିବ। ଅପରାହ୍ଣ ୫ଟାରୁ ସୁନାବେଶ ଆରମ୍ଭ ହୋଇ ସାଢ଼େ ୬ଟା ଭିତରେ ଶେଷ ହେବ। ରାତି ୧୦ଟାରୁ ୧୧ଟା ଭିତରେ ସୁନାବେଶ ମଇଲମ(ସୁନାବେଶ ଖୋଲାଯିବ) ହେବ। ସାଢ଼େ ୧୧ଟାରେ ଚନ୍ଦନଲାଗି, ରାତି ୧୨ଟାରେ ବଡସିଂହାର ବେଶ, ସାଢ଼େ ୧୨ଟାରେ ବଡ଼ସିଂହାର ଭୋଗ, ରାତି ଗୋଟାଏରେ ହରିଶୟନ ନୀତି ପରେ ସାଢ଼େ ଗୋଟାଏରେ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ସୁନାବେଶ ପରେ ୧୮ ତାରିଖରେ ଅଧରପଣା, ୧୯ ତାରିଖରେ ନୀଳଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post