କଠୁଆ ଜିଲ୍ଲାର ରାଜବାଗ ଥାନା ଅଞ୍ଚଳରେ ୫ ଦିନ ଧରି ଚାଲିଥିବା ଅପରେସନ ସଫଳ । ଭାରତୀୟ ସେନାକୁ ଚକମା ଦେଇ ଘନ ଜଙ୍ଗଲ ଭିତରେ ଛପିଥିବା ସମସ୍ତ ୫ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ାଇଛନ୍ତି ଯବାନ । ଗତ ୨୪ ତାରିଖରେ ନ୍ୟାସନାଲ ସିକ୍ୟୁରିଟି ଗାର୍ଡ ପୁରା ଅଞ୍ଚଳକୁ ଘେରାବନ୍ଦୀ କରି ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଦେଇଥିଲେ ଆହ୍ବାନ । କିନ୍ତୁ ଆତଙ୍କବାଦୀ ସୁଯୋଗ ପାଇବା ମାତ୍ରେ ଯବାନଙ୍କ ଉପରେ ଅନ୍ଧାଧୁନିଆ ଗୁଳିମାଡ଼ କରି ଜୁଥାନା ଓ ଅମ୍ବା ନାଲ ଜଙ୍ଗଲ ଭିତରେ ଘୁରି ବୁଲୁଥିଲେ । ରାଜବାଗ ଘାଟି ନିକଟରେ ମୁହାଁମୁହିଁ ହେବା ପରେ ଦୀର୍ଘ ସମୟ ଧରି ସୁରକ୍ଷାବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିଲା ଗୁଳି ବିନିମୟ । ସେନା ଗୁଳିମାଡ଼ରେ ୫ ଆତଙ୍କବାଦୀ ନିପାତ ହୋଇଥିବାବେଳେ ଗୁଳି ବିନିମୟରେ ଡିଏସପି ଧୀରଜ କାଟୋଚଙ୍କ ସମେତ ୩ ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post