ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀଙ୍କ ଦ୍ବାରା ଅପହୃତ ହୋଇଥିଲେ ଭାରତୀୟ ସେନାର ୨ ଜଣ ଯବାନ|ସୌଭାଗ୍ୟବଶତଃ ଆତଙ୍କବାଦୀଙ୍କ କବଳରୁ ଜଣେ ଯବାନ ଖସି ଆସିବାରେ ସକ୍ଷମ ହୋଇଥିଲେ| ଆଉ ଜଣେ ଜବାନଙ୍କର ଆଜି ଗୁଳିବିଦ୍ଧ ମୃତଦେହ ମିଳିଛି। ସହିଦ ଯବାନ ହିଲାଲ୍ ଅହମଦ ଭଟଙ୍କ ମର ଶରୀର ଆଜି ଅନନ୍ତନାଗର ପଥ୍ରିବଲ୍ ଅଞ୍ଚଳରୁ ମିଳିବା ପରେ ଉକ୍ତ ଅଂଚଳରେ ସର୍ଚ୍ଚ ଅପରେସନ ତ୍ବରାନ୍ବିତ ହୋଇଛି। ଗତକାଲି ଭାରତୀୟ ସେନା ଏବଂ ଜମ୍ମୁ କଶ୍ମୀର ପୁଲିସର ଏକ ମିଳିତ ଟିମ୍ ଦ୍ବାରା ଅନନ୍ତନାଗ ଜିଲ୍ଲାର କାଜୱାନ ଜଙ୍ଗଲ ଅଞ୍ଚଳରେ ଆତଙ୍କବାଦୀ ନିରୋଧ ଅପରେସନ୍ ସମୟରେ ୨ ଜଣ ଯବାନଙ୍କୁ ଆତଙ୍କବାଦୀମାନେ ଅପହରଣ କରିନେଇଥିଲେ। ସେମାନେ ଟେରିଟୋରିଆଲ ସେନାର ୧୬୧ ୟୁନିଟ୍ର ଥିଲେ ।ଘଟଣାରେ ସମ୍ପୃକ୍ତ ଆତଙ୍କବାଦୀଙ୍କୁ ଠାବ କରିବାପାଇଁ ସେନା ଏବଂ ଜମ୍ମୁ କଶ୍ମୀର ପୁଲିସ ଦ୍ବାରା ବଡ଼ ଧରଣର ଅପରେସନ୍ ଜାରି ରହିଛି |
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ