ଆଜି ନୌସେନା ଦିବସ

ଆଜି ନୌସେନା ଦିବସ । ଶ୍ରୀକ୍ଷେତ୍ରରେ ପରାକ୍ରମ ଦେଖାଇବେ ନୌବୀର । ବିଶ୍ବ ଦେଖିବ ଭାରତର ଦମ । କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ ରାଷ୍ଟ୍ରପତି । କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡିଶାରେ ଆସି ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ରାଜଭବନରେ ରାତ୍ରୀ ଯାପନ ପରେ ଆଜି ସକାଳୁ ପୁରୀ ଯିବେ ମହାମହିମ । ବ୍ଲୁଫ୍ଲାଗ ବିଚରେ ଆୟୋଜିତ ନୌସେନା ଦିବସରେ ସାମିଲ ହୋଇ ଦେଖିବେ ନୌବୀରଙ୍କ ପରାକ୍ରମ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କାରକେଡ ରିହର୍ସାଲ କରାଯାଇଛି । ପ୍ରବଳ ଭିଡ ହେବାକୁ ଥିବାରୁ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୁବନେଶ୍ବରରୁ ଆସୁଥିବା ୪ ଚକିଆ ଯାନ ଗୁଡ଼ିବ ମାଳତିପାଟପୁରଠାରୁ ଗ୍ରୀଡ ଷ୍ଟେସନ ଦେଇ ତାଳବଣିଆ ଯିବେ । ଦୁଇ ଚକିଆ ଯାନ ଗୁଡ଼ିକ ବାଟଗାଁରୁ ମଙ୍ଗଳାହାଟ ବାଇପାସ ଦେଇ ଷ୍ଟର୍ଲିଂ ଯାଏ ଯିବେ । କୋଣାର୍କ ପଟୁ ଆସୁଥିବା ଯାତ୍ରୀ ତାଳବଣିଆରେ ଗାଡ଼ି ପାର୍କିଂ କରିପାରିବେ । ବ୍ରହ୍ମଗିରି ପଟୁ ଆସୁଥିବା ଦର୍ଶକ ଷ୍ଟର୍ଲିଂ ନିକଟରେ ଗାଡ଼ି ରଖିପାରିବେ ।