ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାହସିକତା ଏବଂ ବିରତ୍ୱ ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନ କରିଛନ୍ତି।୨୦୨୩ ମାର୍ଚ୍ଚ ୧୨ ତାରିଖ। ଓଏନ୍ଜିସି, ଇନ୍ଧନ ଉତ୍ପାଦନ ସଂରକ୍ଷଣ ଓ ଅଫଲୋଡିଂ ଜାହାଜରେ ଅପରେଶନାଲ ଏମର୍ଜେନ୍ସି ନେଇ ରିପୋର୍ଟ କରିଥିଲା। ଜାହାଜର ଇନ୍ଧନ ଉତ୍ତୋଳନ ବ୍ୟବସ୍ଥାରେ ମାଛଧରା ଜାଲ ଫସିଯିବାରୁ ହଠାତ୍ କାର୍ଯ୍ୟ ବନ୍ଦ କରିବାକୁ ପଡ଼ିଥିଲା । ଏନେଇ ଭାରତୀୟ ନୌସେନାର ସହାୟତା ଲୋଡା ଯାଇଥିଲା। ଲିଡ ଡାଇଭର ଭାବେ ନିର୍ଭୀକ ହୋଇ ଆଗକୁ ବଢ଼ିଥିଲେ ଲେଫ୍ଟେନାଣ୍ଟ ବିମଳ ରଞ୍ଜନ ବେହେରା ।ଯେଉଁଠି ଜାହାଜ ଫସିଥିଲା ସେଠାରେ କିଛି ଫୁଟ ଗଭୀରତା ପର୍ଯ୍ୟନ୍ତ ଡାଇଭିଂ କରିବା ଅତ୍ୟନ୍ତ ବିପଦପୂର୍ଣ୍ଣ ରହିଥିଲା। ତଥାପି ସେ ଅପରେଶନରେ ଯାଇ ଗଭୀର ଜଳରାଶିରେ ପ୍ରବେଶ କରିଥିଲେ । ସାହସିକତାର ସହ ୧୮ ଫୁଟ ତଳକୁ ସେ ଓହ୍ଲାଇଥିଲେ । ପାଣି ମାଡ଼ ବିନା ବିଶ୍ରାମରେ ସେ ଡାଇଭିଂ ଜାରି ରଖିଥିଲେ । ପ୍ରତିକୂଳ ପରିସ୍ଥିତିରେ ଫଳତାର ସହ ଜାହାର ଗୋଟିଏ ପାଶର୍ବରୁ ଅନ୍ୟ ପାଶର୍ବକୁ ୧୦୦ ଫୁଟ ପାର କରି ସେ ଟରେଷ୍ଟ ଏରିଆରେ ପହଞ୍ଚି ଥିଲେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post