ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ଯୋଗୁ ଅନ୍ତର୍ଜାତୀୟ ବଜାରର ବ୍ରେଣ୍ଟ୍ କ୍ରୁଡ୍ ଦାମ୍ ଆଜି ବ୍ୟାରେଲ ପିଛା ୧.୫୨ ଡଲାର ବା ୨.୦୬ ପ୍ରତିଶତ ବୃଦ୍ଧି ଘଟି ୭୫.୪୨ ଡଲାରରେ ପହଞ୍ଚିଛି। ସେହିଭଳି ୱେଷ୍ଟ ଟେକ୍ସାସ୍ ଇଣ୍ଟରମିଡିଏଟ୍ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୧.୫୮ ଡଲାର ବା ୨.୨୫ ପ୍ରତିଶତ ବୃଦ୍ଧି ଘଟି ୭୧.୬୮ ଡଲାରରେ ପହଞ୍ଚିଛି। ଇସ୍ରାଏଲ ଉପରେ ଗତ ମଙ୍ଗଳବାର ଇରାନ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏହାର ଜବାବ ଇସ୍ରାଏଲ ଦେବାକୁ ପ୍ରସ୍ତୁତ ହେଉଛି। ଇସ୍ରାଏଲ ମୁଖ୍ୟତଃ ଇରାନର ତୈଳ ବିଶୋଧନାଗାର ଓ ଅନ୍ୟାନ୍ୟ ଭିତ୍ତିଭୂମି ଉପରେ ଆକ୍ରମଣ କରିପାରେ। ଆଶଙ୍କା କାରଣରୁ ଅଶୋଧିତ ତେଲ ଦର ବଢ଼ିବାରେ ଲାଗିଛି। ଇସ୍ରାଏଲ ଉପରେ ଆକ୍ରମଣ ପାଇଁ ଇରାନକୁ ମୂଲ୍ୟ ଦେବାକୁ ପଡ଼ିବ ବୋଲି ଏହାର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି। ଏହାର ଜବାବରେ ତେହରାନ କହିଛି ଯେ କୌଣସି ପ୍ରକାର ଆକ୍ରମଣ ହେଲେ ବିରାଟ ଧ୍ବଂସ ରଚନା କରାଯିବ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post