୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶା ଅର୍ଥନୀତିର ଆକାର ୯.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହାକି ୧୧୩ ବିଲିୟନ ଆମେରିକୀୟ ଡଲାର ସହ ସମାନ ଅଟେ। ୨୦୨୪-୨୫ରେ ରାଜ୍ୟର ବାସ୍ତବ ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି। ଭାରତର ୬.୪ ପ୍ରତିଶତ ଅଭିବୃଦ୍ଧି ତୁଳନାରେ ଏହା ଅଧିକ। ଏହି ବର୍ଷରେ ଓଡ଼ିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଢ଼ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ। ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ। ରାଜ୍ୟରେ ସେବାକ୍ଷେତ୍ରର ଯୋଗଦାନ ପ୍ରାୟ ୩୭ ପ୍ରତିଶତ ଏବଂ ୧୦ ପ୍ରତିଶତ ହାରରେ ଏହାର ଅଭିବୃଦ୍ଧି ଘଟିବ ବୋଲି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରକାଶିତ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ହୋଟେଲ ଏବଂ ରେସ୍ତୋରାଁରେ ଦୃଢ଼ ଅଭିବୃଦ୍ଧି, ବାଣିଜ୍ୟ ଏବଂ ମରାମତି ସେବା କ୍ଷେତ୍ରର ଦୁଇଅଙ୍କ ବିଶିଷ୍ଟ ଅଭିବୃଦ୍ଧି ଏହାର ପ୍ରମୁଖ ଯୋଗଦାନକାରୀ। ସାଧାରଣତଃ ବିଶ୍ୱସ୍ତରରେ ବିକଶିତ ଅର୍ଥନୀତି ଗୁଡ଼ିକରେ ସେବା କ୍ଷେତ୍ରର ବଡ଼ ଯୋଗଦାନ ରହିଥାଏ। ଉଦାହରଣ ସ୍ୱରୂପ ୨୦୨୧ରେ ଆମେରିକାର ମୋଟ ସଂଯୋଗିତ ମୂଲ୍ୟରେ ସେବା କ୍ଷେତ୍ରର ଅଂଶ ୭୭.୬ ପ୍ରତିଶତ ଥିଲା। ସେବା କ୍ଷେତ୍ରରେ ଅଧିକ ଅଭିବୃଦ୍ଧି ଭବିଷ୍ୟତର ଅର୍ଥନୀତି ପାଇଁ ଏକ ଶୁଭ ସଙ୍କେତ ଅଟେ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ