୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶା ଅର୍ଥନୀତିର ଆକାର ୯.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହାକି ୧୧୩ ବିଲିୟନ ଆମେରିକୀୟ ଡଲାର ସହ ସମାନ ଅଟେ। ୨୦୨୪-୨୫ରେ ରାଜ୍ୟର ବାସ୍ତବ ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି। ଭାରତର ୬.୪ ପ୍ରତିଶତ ଅଭିବୃଦ୍ଧି ତୁଳନାରେ ଏହା ଅଧିକ। ଏହି ବର୍ଷରେ ଓଡ଼ିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଢ଼ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ। ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ। ରାଜ୍ୟରେ ସେବାକ୍ଷେତ୍ରର ଯୋଗଦାନ ପ୍ରାୟ ୩୭ ପ୍ରତିଶତ ଏବଂ ୧୦ ପ୍ରତିଶତ ହାରରେ ଏହାର ଅଭିବୃଦ୍ଧି ଘଟିବ ବୋଲି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରକାଶିତ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ହୋଟେଲ ଏବଂ ରେସ୍ତୋରାଁରେ ଦୃଢ଼ ଅଭିବୃଦ୍ଧି, ବାଣିଜ୍ୟ ଏବଂ ମରାମତି ସେବା କ୍ଷେତ୍ରର ଦୁଇଅଙ୍କ ବିଶିଷ୍ଟ ଅଭିବୃଦ୍ଧି ଏହାର ପ୍ରମୁଖ ଯୋଗଦାନକାରୀ। ସାଧାରଣତଃ ବିଶ୍ୱସ୍ତରରେ ବିକଶିତ ଅର୍ଥନୀତି ଗୁଡ଼ିକରେ ସେବା କ୍ଷେତ୍ରର ବଡ଼ ଯୋଗଦାନ ରହିଥାଏ। ଉଦାହରଣ ସ୍ୱରୂପ ୨୦୨୧ରେ ଆମେରିକାର ମୋଟ ସଂଯୋଗିତ ମୂଲ୍ୟରେ ସେବା କ୍ଷେତ୍ରର ଅଂଶ ୭୭.୬ ପ୍ରତିଶତ ଥିଲା। ସେବା କ୍ଷେତ୍ରରେ ଅଧିକ ଅଭିବୃଦ୍ଧି ଭବିଷ୍ୟତର ଅର୍ଥନୀତି ପାଇଁ ଏକ ଶୁଭ ସଙ୍କେତ ଅଟେ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ