ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ତରଫରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ସୁପରିଟେଣ୍ଡିଂ ଇଞ୍ଜିନିୟର, ମେଡିକାଲ ଅଫିସର, ଆସିଷ୍ଟାଣ୍ଟ ଲେଗାଲ ଅଫିସର, ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର (ଫାଇନାନ୍ସ ଆଣ୍ଡ ଆକାଉଣ୍ଟସ), ପ୍ରାଇଭେଟ ସେକ୍ରେଟାରୀ, ଶାରୀରିକ ପ୍ରଶିକ୍ଷଣ ପ୍ରଶିକ୍ଷକ ଆଦି ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ ।ମାର୍ଚ୍ଚ ମାସ ପହିଲାରୁ ଏଥିପାଇଁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଯାଇଥିବା ବେଳେ ଏହା ୨୧ ତାରିଖରେ ସମାପ୍ତ ହେବ । ସମସ୍ତ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଓ ବୟସ ଯୋଗ୍ୟତା ଅଲଗା ଅଲଗା ରହିଛି । ଅନଲାଇନରେ ଆବେଦନ କରିବା ପରେ ପ୍ରାର୍ଥୀଙ୍କୁ ହାର୍ଡ କପି ପଠାଇବାର ଆବଶ୍ୟକତା ନାହିଁ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ପିଡବ୍ଲ୍ୟୁଡି, ଏକ୍ସ-ସର୍ଭିସମେନ, ଟ୍ରାନ୍ସଜେଣ୍ଡର ଆଦି ବର୍ଗର ପ୍ରାର୍ଥୀଙ୍କୁ ଛାଡ଼ି ଅନ୍ୟ ସମସ୍ତ ପ୍ରାର୍ଥୀଙ୍କୁ ୫୦୦ ଟଙ୍କା ଆବେଦନ ଫିସ୍ ଜମା କରିବାକୁ ପଡ଼ିବ । ପ୍ରାର୍ଥୀଙ୍କୁ ଅର୍ଥ ରାଶି କୌଣସି ପରିସ୍ଥିତିରେ ଫେରସ୍ତ କରାଯିବ ନାହିଁ । ଏକାଧିକ ପଦ ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀମାନେ ଅଲଗା ଅଲଗା ଆପ୍ଲିକେସନ ଫର୍ମ ଜରିଆରେ ଆବେଦନ କରିବାକୁ ଅନୁରୋଧ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post