ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଜର) ପକ୍ଷରୁ ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ଏପ୍ରିଲ ୫ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ମେ ୫ରେ ତାହା ସରିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ବିଜ୍ଞପ୍ତି ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ବାୟୋଲୋଜିକାଲ ସାଇନ୍ସ ବିଭାଗରେ ପ୍ରଫେସର, କମ୍ପ୍ୟୁଟର ଓ ଡାଟା ସାଇନ୍ସ ବିଭାଗରେ ପ୍ରଫେସର, ଫିଜିକାଲ ସାଇନ୍ସ ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର (ଗ୍ରେଡ-୧), ପୃଥିବୀ ଓ ପରିବେଶ ବିଜ୍ଞାନ ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର (ଗ୍ରେଡ-୧) ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଅଣସଂରକ୍ଷିତ, ଅନ୍ୟ ପଛୁଆ ବର୍ଗ (ଓବିସି) ଏନସିଏଲ ଓ ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀଙ୍କୁ ଏଥିରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ପିଏଚ.ଡି ସହିତ ଭଲ ଆକାଡେମିକ୍ ରେକର୍ଡ ରହିଥିବା ଆବଶ୍ୟକ । ଏଥିସହିତ ପ୍ରାର୍ଥୀଙ୍କର ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ରହିଥିବା ଆବଶ୍ୟକ । ଅନଲାଇନ୍ ଆପ୍ଲିକେସନ ସବମିସନ କରିବା ସମୟରେ ପ୍ରାର୍ଥୀଙ୍କୁ ସମସ୍ତ ଡକ୍ୟୁମେଣ୍ଟ ପିଡିଏଫ୍ ଫର୍ମାଟରେ ଅପଲୋଡ୍ କରିବାକୁ ପଡ଼ିବ ।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Next Post