ରାଜ୍ୟର ବ୍ରହ୍ମପୁର ସ୍ଥିତ ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଜର) ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ସୁପରିଟେଣ୍ଡିଙ୍ଗ ଇଞ୍ଜିନିୟର ଓ ଜୁନିୟର ସୁପରିଟେଣ୍ଡେଣ୍ଟ ପଦରେ ନିଯୁକ୍ତି ଦିଆଯିବ । ଏହି ନିଯୁକ୍ତି ବିଷୟର ଅଧିକ ତଥ୍ୟ ଜାଣିବା ପାଇଁ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ଜାଣି ପାରିବେ ।ସୁପରିଟେଣ୍ଡିଙ୍ଗ ପାଇଁ ଗୋଟିଏ ପଦ ଖାଲି ରହିଥିବା ବେଳେ ଜୁନିୟର ଇଞ୍ଜିନିୟର ପାଇଁ ୨ଟି ପଦ ଖାଲି ରହିଛି । ସମସ୍ତ ପଦ ୟୁଆର ପ୍ରାର୍ଥୀଙ୍କ ପାଇଁ ସଂରକ୍ଷିତ ରହିଛି । ସମସ୍ତ ପ୍ରାର୍ଥୀଙ୍କୁ ସିଧାସଳଖ ଭାବେ ନିଯୁକ୍ତି ଦିଆଯିବ । ଫେବୃଆରୀ ମାସ ୫ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ମାର୍ଚ୍ଚ ମାସ ୫ ତାରିଖରେ ସମାପ୍ତ ହେବ ।ମାର୍ଚ୍ଚ ମାସ ୫ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା, ବୟସ ଯୋଗ୍ୟତା, କାର୍ଯ୍ୟ ଅଭିଜ୍ଞତା ଆଦି ହିସାବକୁ ନିଆଯିବ । ପ୍ରାର୍ଥୀମାନେ କେବଳ ଅନଲାଇନ୍ ଜରିଆରେ ଆବେଦନ କରିପାରିବେ । ଏହି ନିଯୁକ୍ତି ସମ୍ବନ୍ଧୀୟ ଅପଡେଟ୍ ପାଇବା ପାଇଁ ପ୍ରାର୍ଥୀମାନେ ନିୟମିତ ଭାବେ ଅଫିସିଆଲ ୱେବସାଇଟ୍ ପରିଦର୍ଶନ କରିବାକୁ କୁହାଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post