ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ପୂର୍ବରୁ ସିଏଚ୍ଏସ୍ଇ ପକ୍ଷରୁ ସୂଚନା ଦିଆଯାଇଥିଲା। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ପ୍ରକାଶ କରାଯିବାର ଯୋଜନା ରହିଛି। ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ କରାଯିବ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍ଲାଇନ ଓ ଅଫ୍ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍ଲାଇନରେ ହେବ। ଚଳିତ ବର୍ଷ ଖାତାଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ନିୟୋଜିତ ହେବେ। ସୂଚନାଯୋଗ୍ୟ, ଯୁକ୍ତ୨ ପରୀକ୍ଷା ଫେବୃଆରୀ ୧୬ରୁ ଆରମ୍ଭ ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି। କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଏବଂ ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ଏଥର ପରୀକ୍ଷା ଦେଉଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post