ଆସନ୍ତା ଏପ୍ରିଲ ମାସ ୨୪ ତାରିଖରୁ ଲାଇଭଷ୍ଟକ ଇନ୍ସପେକ୍ଟର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ପଦର ଲିଖିତ ପରୀକ୍ଷା ଆରମ୍ଭ ହେବ । ମେ ମାସ ୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା (ସିବିଆରଇ) ମୋଡ଼ରେ ଅନୁଷ୍ଠିତ ହେବ । ଲିଖିତ ପରୀକ୍ଷାର ୧୫ ଦିନ ପୂର୍ବରୁ ଆଡମିସନ ଲେଟର ଅପଲୋଡ୍ କରାଯିବ । ସେଥିରେ ପରୀକ୍ଷା ତାରିଖ, ଭେନ୍ୟୁ, ସମୟ, ସେଣ୍ଟର ବାବଦରେ ଉଲ୍ଲେଖ କରାଯିବ ।ମୋଟ ୨୭୧୨ଟି ପଦ ପୂରଣ ପାଇଁ ଗତବର୍ଷ ଅକ୍ଟୋବର ମାସ ୨୦ ତାରିଖରେ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସଏସଏସସି) ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଅକ୍ଟୋବର ୨୦ରୁ ଏଥିପାଇଁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଅନ୍ତିମ ତାରିଖ ନଭେମ୍ବର ୨୪ରୁ ୨୭କୁ ବୃଦ୍ଧି କରାଯାଇଥିଲା ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post